Odisha Other State Politics

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସକାଶେ ଓଡ଼ିଶା ପାଇଁ ୭ ହଜାର କୋଟି ଟଙ୍କା ବ୍ୟୟବରାଦ ଘୋଷୋଣା କଲେ କେନ୍ଦ୍ର ଗ୍ରାମୀଣ ବିକାଶ ଓ ପଞ୍ଚାୟତିରାଜ ମନ୍ତ୍ରୀ ଶ୍ରୀ ଗିରୀରାଜ ସିଂ

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଓଡ଼ିଶାରେ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରିବା ପାଇଁ ନୂଆଦିଲ୍ଲୀ ଠାରେ କେନ୍ଦ୍ର ଗ୍ରାମୀଣ ବିକାଶ ଓ ପଞ୍ଚାୟତିରାଜ ମନ୍ତ୍ରୀ ଶ୍ରୀ ଗିରୀରାଜ ସିଂ ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ମନ୍ତ୍ରୀ ଶ୍ରୀ ପ୍ରଦୀପ କୁମାର ଅମାତ ଏବଂ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସହ ବୈଠକରେ ଯୋଗଦେଲି ।

ମନ୍ତ୍ରୀ ଗିରୀରାଜ ସିଂ ରାଜ୍ୟ ସରକାରଙ୍କୁ ସ୍ୱଚ୍ଛତାର ସହ ହିତାଧିକାରୀ ଚୟନ କରିବା,ଆବାସ ପ୍ଲସ ପୋର୍ଟାଲରେ ସଠିକ୍ ତଥ୍ୟ ପ୍ରଦାନ କରିବା, ଯୋଜନାର ତଦାରଖ ଏବଂ ଅନିୟମିତତାରେ ସମ୍ପୃକ୍ତ ଥିବା ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ PMAY ରେ କେବଳ ଭାରତ ସରକାରଙ୍କ ଲୋଗୋ ଲଗାଇବା ପାଇଁ ପରାମର୍ଶ ଦେଇଛନ୍ତି ।

ସମସ୍ତଙ୍କୁ ପକ୍କା ଘର ଦେବା ଲକ୍ଷ୍ୟରେ ଆରମ୍ଭ ହୋଇଥିବା ପିଏମ୍ ଗ୍ରାମୀଣ ଓ ସହରୀ ଆବାସ ଯୋଜନା ପାଇଁ ଭାରତ ସରକାର ୨୦୨୨-୨୩ ଆର୍ଥିକ ବର୍ଷରେ ୪୮ ହଜାର କୋଟି ବ୍ୟୟବରାଦ କରିଥିବା ବେଳେ ଓଡ଼ିଶାର ଭାଗ ରହିଛି ପ୍ରାୟ ୭ ହଜାର କୋଟି ଟଙ୍କା । ଆଗାମୀ ଦିନରେ ଓଡ଼ିଶାରେ ପ୍ରାୟ ୧୦ ଲକ୍ଷରୁ ଉର୍ଦ୍ଧ୍ୱ ଘର ନିର୍ମାଣ କରାଯିବାର ଯୋଜନା ରହିଛି ।

ଭୂମିହୀନଙ୍କୁ ପକ୍କା ଘର ଦେବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୀ ବିଶେଷ ପ୍ରାଥମିକତା ଦେଉଛନ୍ତି । ପିଏମ୍ ଆବାସ୍ ଯୋଜନାରେ ଉଭୟ ଗାଁ ଓ ସହର ପାଇଁ ଅଧିକରୁ ଅଧିକ ଘର ନିର୍ମାଣ ପାଇଁ ଅର୍ଥ ମିଳିଲେ ଆମ ରାଜ୍ୟର ଗରିବ, ପଛୁଆ ଓ ଆଦିବାସୀ ଅଞ୍ଚଳର ଅଧିବାସୀମାନେ ଉପକୃତ ହେବେ ।

ପିଏମ ଆବାସ ଯୋଜନା ଅନ୍ତର୍ଗତ ନାମାଙ୍କନ ପ୍ରକ୍ରିୟା ଠାରୁ ଆରମ୍ଭ କରି ଯୋଗ୍ୟ ହିତାଧିକାରୀ ଚୟନ, ଅନ୍ୟାନ୍ୟ ଅନୁଷଙ୍ଗିକ ପ୍ରକ୍ରିୟା ତଥା ସ୍ୱଚ୍ଛ ଓ ପାରଦର୍ଶୀ ଉପାୟରେ ଏହି ଯୋଜନାର କ୍ରିୟାନ୍ୱୟନ ସହ ଅଧା ନିର୍ମାଣ ହୋଇ ପଡ଼ି ରହିଥିବା ଘରକୁ ଶୀଘ୍ର ସମ୍ପୂର୍ଣ୍ଣ କରିବା ଦିଗରେ ଅନୁଷ୍ଠିତ ବୈଠକ ଫଳପ୍ରଦ ହୋଇଛି ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

Related posts

PM Addresses at Constitution Day Celebrations organized by Supreme Court

Editor

RIKKS defeat attributed to non-cooperation of Steel Ministry

Editor

The BJP Panposh has demanded for Bandhamunda railway division

Editor

2 comments

Leave a Comment

WhatsApp chat