Odisha

ଆସନ୍ତା ୫ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା

ସମୃଦ୍ଧି ବ୍ୟୁରୋ : ଆସନ୍ତା ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା । ଆଜି ପାଇଁ ୧୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଆଜି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଓ ବଲାଙ୍ଗିର ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବା ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଂଟାକୁ ୪୦ରୁ ୫୦ କିମି ବେଗରେ ବହିପାରେ ।

ଆସନ୍ତା ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା । ଆଜି ପାଇଁ ୧୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଆଜି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଓ ବଲାଙ୍ଗିର ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବା ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଂଟାକୁ ୪୦ରୁ ୫୦ କିମି ବେଗରେ ବହିପାରେ ।

ସେହିପରି ନବରଙ୍ଗପୁର, ନୂଆପଡା, ବରଗଡ, ଝାରସୁଗୁଡା, ସୁନ୍ଦରଗଡ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଣୁ ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏଥିସହ କନ୍ଧମାଳ, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ରାୟଗଡା, କୋରାପୁଟ, ମାଲକାନଗିରି, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ଦେବଗଡ ଜିଲ୍ଲାରେ ବିଜୁଳି ଘଡଘଡି ସହ କାଳବୈଶାଖୀ ବର୍ଷା ହେବା ପୂର୍ବାନୁମାନ କରାଯାଇଛି । ଏହି ୧୩ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । କାଳବୈଶାଖୀ ବର୍ଷା ଯୋଗୁଁ ରାଜ୍ୟରେ ତାପମାତ୍ରା ବିଶେଷ ବଢିବ ନାହିଁ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

Related posts

Two cases of omicron reported in Odisha

Editor

ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ବ୍ୟାପକ ଅନିୟମିତତାକୁ ନେଇ କୋଟପାଡ଼ ବିଜେପି ଦଳ ପକ୍ଷରୁ ବ୍ଲକ କାର୍ଯ୍ୟାଳୟ ଘେରାଉ

Editor

କୋଟପାଡ଼ ଅଗ୍ନିଶମ ବାହିନୀଙ୍କ ଦ୍ଵାରା ଜାତୀୟ ଅଗ୍ନିଶମ ସୁରକ୍ଷା ସପ୍ତାହ ପାଳିତ

Editor

Leave a Comment

WhatsApp chat